ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି କାୟା ବିସ୍ତାର କରୁଛି କରୋନା । ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୧୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୬୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
https://twitter.com/IPR_Odisha/status/1380718692682489856?s=20
- IPR_Odisha
https://twitter.com/IPR_Odisha/status/1380718698340618245?s=20
- IPR_Odisha
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୧୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୮୧୮୨ ରହିଥିବା ବେଳେ ଏହି ରୋଗରୁ ୩୩୯୨୦୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୦୦୩ ଜଣ ଚିକିତ୍ସିତ ହେଉଛନ୍ତି ।