ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ବଢୁଛି କରୋନା ସଂଖ୍ୟା । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧୮୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୬୩୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୧୯୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
https://twitter.com/IPR_Odisha/status/1390857917566308352?s=20
- IPR_Odisha
https://twitter.com/IPR_Odisha/status/1390857923732008964?s=20
- IPR_Odisha
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୪୦୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୪୨୦୭ ରହିଥିବା ବେଳେ ଏହି ରୋଗରୁ ୪୩୧୬୫୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୯୦୩୩୫ ଜଣ ଚିକିତ୍ସିତ ହେଉଛନ୍ତି ।