ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
https://twitter.com/IPR_Odisha/status/1372062872096759809?s=20
- IPR_Odisha
https://twitter.com/IPR_Odisha/status/1372062877083791362?s=20
- IPR_Odisha
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୪୦୫ ରହିଥିବା ବେଳେ ଏହି ରୋଗରୁ ୩୩୫୭୯୬ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୩୮ ଜଣ ଚିକିତ୍ସିତ ହେଉଛନ୍ତି ।