ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା ପ୍ରକୋପ । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । କେତେବେଳେ ଗ୍ରାଫ ଉପରକୁ ଉଠୁଛି ତ ପୁଣି କେତେବେଳେ ସାମାନ୍ୟ ତଳକୁ ଖସୁଛି । ସେହିପରି ଗତକାଲି ସାମାନ୍ୟ ତଳକୁ ଖସିଥିବା ବେଳେ ଆଜି ପୁଣି ଉପରକୁ ଉଠିଛି ଗ୍ରାଫ୍ । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୯୮୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୬୧୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୨୭୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
https://twitter.com/IPR_Odisha/status/1389773987274661895?s=20
- IPR_Odisha
https://twitter.com/IPR_Odisha/status/1389773992957911045?s=20
- IPR_Odisha
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୧୬୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୯୬୪୧ ରହିଥିବା ବେଳେ ଏହି ରୋଗରୁ ୪୧୦୨୨୭ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୭୨୫୭ ଜଣ ଚିକିତ୍ସିତ ହେଉଛନ୍ତି ।