ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୦୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୫୨୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୫୫୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗତକାଲି ଅପେକ୍ଷା ଆଜି ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ଘଟିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
https://twitter.com/IPR_Odisha/status/1386876373319311364?s=20
- IPR_Odisha
https://twitter.com/IPR_Odisha/status/1386876380374126592?s=20
- IPR_Odisha
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୧୮୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୦୧୨୯ ରହିଥିବା ବେଳେ ଏହି ରୋଗରୁ ୩୬୭୧୧୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୫୦୯୫୮ ଜଣ ଚିକିତ୍ସିତ ହେଉଛନ୍ତି ।