ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୯୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୦୮୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୮୩୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
https://twitter.com/IPR_Odisha/status/1389045619029733378?s=20
- IPR_Odisha
https://twitter.com/IPR_Odisha/status/1389045621215043584?s=20
- IPR_Odisha
https://twitter.com/IPR_Odisha/status/1389045626990518275?s=20
- IPR_Odisha
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୫୨୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୧୫୩୬ ରହିଥିବା ବେଳେ ଏହି ରୋଗରୁ ୩୯୭୫୭୫ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୧୮୩୫ ଜଣ ଚିକିତ୍ସିତ ହେଉଛନ୍ତି ।